ପୋଲିସକୁ ଗୋଡାଇ ଗୋଡାଇ ମାଡ ମାରିଲେ ଗ୍ରାମବାସୀ

ସୁବର୍ଣ୍ଣପୁର : ତଦନ୍ତ କରିବାକୁ ଯାଇଥିବା ପୋଲିସ କୁ ଗୋଡାଇ ଗୋଡାଇ ମାଡ ମାରିଲେ ଗ୍ରାମବାସୀ । ଯେଉଁ ଭିଡିଓ ଏଵେ ଭାଇରାଲ ହୋଇଛି । ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମକୁ ତଦନ୍ତରେ ଯାଇଥିବା ଜଣେ ପୋଲିସ ଏଏସଆଇ ଙ୍କୁ ଗୋଡାଇ ଗୋଡାଇ ଗ୍ରାମବାସୀ ମାଡ ମାରିଥିବା ଅଭିଯୋଗ ହୋଇଛି। ସୁବଳୟା ପୋଲିସ ପକ୍ଷରୁ ମିଳିଥିବା ସୁଚନା ଅନୁସାରେ ତିଲେଇମାଲ ଗ୍ରାମରେ ସୁବାସ ପଧାନ ଓ ରତ୍ନାକର ପଧାନ ଙ୍କ ମଧ୍ୟରେ ଗତ କାଲି ଗଣ୍ଡଗୋଳ ହୋଇଥିଲା। ଏନେଇ ଉଭୟ ପକ୍ଷରୁ ସୁବଳୟା ଥାନାରେ ମାମଲା ରୁଜୁ ହୋଇଥିଲା। ଉକ୍ତ ମାମଲାର ତଦନ୍ତ କରିବାକୁ ସୁବଳୟା ଥାନାର ଏଏସଆଇ ଗୌରହରୀ ମେହେର ଓ ଗ୍ରାମରକ୍ଷୀ ରବୀନ୍ଦ୍ର ବିଭାର ଉକ୍ତ ଗ୍ରାମକୁ ଆଜି ଯାଇଥିଲେ । ଉଭୟ ପରିବାରୁ ଡାକି ତଦନ୍ତ କରୁଥିବା ବେଳେ ତଦନ୍ତରେ ଅସନ୍ତୋଷ ପ୍ରକାସ କରି ଗ୍ରାମଵାସୀ ଏଏସଆଇ ମେହେରଙ୍କୁ ଆକ୍ରମଣ କରି ମାଡ ମାରିଥିବା ଅଭିଯୋଗ ହୋଇଛି ।ଖବରପାଇ ପୋଲିସ ଯାଇ ଏଏସଆଇ ମେହେରଙ୍କୁ ଉଦ୍ଧାର କରିଥିଲା । ଏନେଇ ସୁବଳୟା ଥାନାରେ କର୍ତ୍ତବ୍ୟରତ ଜଣେ ପୋଲିସ ଅଧିକାରୀଙ୍କୁ ମାଡ ମାରିଥିବା ଅଭିଯୋଗରେ ଗ୍ରାମର ନେପୁର ପଧାନ, ମହାଦେବ ସାହୁ, ପ୍ରଫୁଲ୍ଲ ସାହୁ, ଦୁର୍ଗାପ୍ରସାଦ ପଧାନ, ରାଘବ ସାହୁ, ବାଦଲ ପଧାନ, ବେଲାରସେନ ହାତୀ ଓ ଅନ୍ୟ ମାନଙ୍କ ନାମରେ ମାମଲା ରୁଜୁ କରି ତଦନ୍ତ କରୁଛି ପୋଲିସ ବୋଲି ବୀରମହାରାଜପୁର ଉପଖଣ୍ଡ ଅଧିକାରୀ ଦୋଳମଣୀ ଭୋଇ ଫୋନ ମାଧ୍ୟମରେ ସୂଚନା ଦେଇଛନ୍ତି  l

Leave a Reply

Your email address will not be published. Required fields are marked *

Sorry this site disable right click
Sorry this site disable selection
Sorry this site is not allow cut.
Sorry this site is not allow copy.
Sorry this site is not allow paste.
Sorry this site is not allow to inspect element.
Sorry this site is not allow to view source.