ନବଦିନାତ୍ମକ ଯାତ୍ରାରେ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ |

ପୁରୀ : ନବଦିନାତ୍ମକ ଯାତ୍ରାରେ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ | ଏଥିସହ ପୋଲିସ ବିଭାଗର ବରିଷ୍ଠ ଅଧିକାରୀମାନେ ମଧ୍ୟ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ଜନଗହଳି ନିୟନ୍ତ୍ରଣ, ଟ୍ରାଫିକ ସୁପରିଚାଳନା ଦାୟିତ୍ଵରେ ରହିବେ | ଏଥିପାଇଁ ପୁରୀ ପୋଲିସ ପକ୍ଷରୁ ପ୍ରସ୍ତୁତ ହୋଇଛି ସ୍ବତନ୍ତ୍ର ବ୍ଲୁପ୍ରିଣ୍ଟ | ତେବେ ଜୁନ୍ ୨୦ରେ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଥିବାବେଳେ ଏନେଇ ଆଜି ପୋଲିସ ଏଡିଜି ଅମିତାଭ୍ ଠାକୁରଙ୍କ ଅଧ୍ୟକ୍ଷତାରେ ପୁରୀ ଏସପିଙ୍କ କାର୍ଯ୍ୟାଳୟରେ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି | ବୈଠକରେ ଜନଗହଳି ନିୟନ୍ତ୍ରଣ ସହ ଟ୍ରାଫିକ ସୁପରିଚାଳନା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି | ଘୋଷଯାତ୍ରା ସମୟରେ ଭୁବନେଶ୍ୱରରୁ ପୁରୀ, କୋଣାର୍କରୁ ପୁରୀ ଏବଂ ବ୍ରହ୍ମଗିରିରୁ ପୁରୀ ଆସୁଥିବା ଭକ୍ତ ଶ୍ରଦ୍ଧାଳୁମାନଙ୍କ ଯେଭଳି କୌଣସି ଅସୁବିଧା ନହେବ ଏବଂ କେଉଁ ସ୍ଥାନରେ‌ ନିଜନିଜ ଗାଡ଼ି ପାର୍କିଂ କରିପାରିବେ ସେନେଇ ଏକ ଭିଡିଓ ପୋଲିସ ପକ୍ଷରୁ ଜାରି କରାଯିବ ବୋଲି କହିଛନ୍ତି ଏଡିଜି | ତେବେ କେବଳ ଜନଗହଳି ନିୟନ୍ତ୍ରଣ ଓ ଟ୍ରାଫିକ ସୁପରିଚାଳନା ପାଇଁ ସ୍ବତନ୍ତ୍ର ଭାବେ 45 ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ | ଏଥିସହ ପୁରୀ ସହର, ଶ୍ରୀମନ୍ଦିର ଭିତର, ବାହାର ଓ ଏହାର ଚତୁଃପାର୍ଶ୍ଵ ସହ ବିଭିନ୍ନ ସ୍ଥାନରେ ପର୍ଯ୍ୟାପ୍ତ ସିସିଟିଭି କ୍ୟାମେରା, ପୋଲିସ କଣ୍ଟ୍ରୋଲ ରୁମ୍ ସହ ଅନ୍ୟାନ୍ୟ ସମସ୍ତ ପଦକ୍ଷେପ ଗ୍ରହଣ କରାଯାଉଥିବା କହିଛନ୍ତି ଏଡିଜି | ଆଜି ଅନୁଷ୍ଠିତ ବୈଠକରେ କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂ, ଆଡିସନାଲ୍ ସିପି ଉମାଶଙ୍କର ଦାସ, ଡିଆଇଜି ଅଖିଳେଶ୍ବର ସିଂଙ୍କ ସହ ଜଗତସିଂହପୁର ଓ ପୁରୀ ଏସପି ଡ କନୱର ବିଶାଳ ସିଂ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *

Sorry this site disable right click
Sorry this site disable selection
Sorry this site is not allow cut.
Sorry this site is not allow copy.
Sorry this site is not allow paste.
Sorry this site is not allow to inspect element.
Sorry this site is not allow to view source.