ଜିଲ୍ଲାପାଳଙ୍କ  ମିଳିତ  ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ।

ପାରଳାଖେମଣ୍ଡି :  ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ମାଣ୍ଡିମେରା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ  ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ  ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି  । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା,ସମନ୍ୱିତ ଅଧିବାସୀ ଉନ୍ନୟନ ସଂସ୍ଥା ,ପ୍ରକଳ୍ପ ପ୍ରଶାସକ ଶ୍ରୀ ଫାଲଗୁନି ମାଝୀ,ଉପଖଣ୍ଡ ପୋଲିସ୍ ଅଧିକାରୀ ରାମକୃଷ୍ଣ ପତି ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି  ମାଣ୍ଡିମେରା ଗ୍ରାମ ପଞ୍ଚାୟତ  ସମେତ ରାଇପାଙ୍କା, ଖାରିଗୁଡା ଓ ବିରିକୋଟ ପଞ୍ଚାୟତର  ସମୁଦାୟ ମୋଟ ୧୦୧ ଗୋଟି ଅଭିଯୋଗ  ପତ୍ର ଗ୍ରହଣ କରାଯାଇଥିଲା । ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା ୨୩ ଗୋଟି ରହିଥିବା ବେଳେ ଗ୍ରାମ ଭିତ୍ତିକ ସମସ୍ୟା  ୭୮  ଗୋଟି ରହିଥିଲା । ଏଠି ମଧ୍ୟରୁ  ଓ  ୫ଗୋଟି  ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି । ଜଣକୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ସହାୟତା ପ୍ରଦାନ କରାଯାଇଅଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା  ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ  ଅଭିଯୋଗ ଆସିଥିଲା ।  ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ     ସମୟରେ ସ୍ଥାନୀୟ ପଞ୍ଚାୟତ ସମିତି ଅଧ୍ୟକ୍ଷ ରଞ୍ଜୀବ ଶବର, ଗଜପତି ଜିଲ୍ଲାପରିଷଦ ଉପାଧକ୍ଷା କୁନ୍ତଳା ମଲ୍ଲିକ, ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ତପସ୍ଵନୀ ହାଁସଦା, ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ  ସମେତ  ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *

Sorry this site disable right click
Sorry this site disable selection
Sorry this site is not allow cut.
Sorry this site is not allow copy.
Sorry this site is not allow paste.
Sorry this site is not allow to inspect element.
Sorry this site is not allow to view source.