ଡ୍ରାଇଭରଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ ଘୋଷଣା
ମୋଟର ଯାନ ଡ୍ରାଇଭର ଓ କର୍ମଚାରୀ କଲ୍ୟାଣ ଯୋଜନାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ । ମୃତ୍ୟୁ କ୍ଷେତ୍ରରେ, ମୃତ ଡ୍ରାଇଭର/କର୍ମଚାରୀଙ୍କ ମନୋନୀତ ବ୍ୟକ୍ତିଙ୍କୁ ୪ ଲକ୍ଷ ଟଙ୍କା ପ୍ରଦାନ କରାଯିବ ।
ଅତି ଗଭୀର ଆଘାତ କ୍ଷେତ୍ରରେ ୮୦ ହଜାର ଟଙ୍କାର ସହାୟତା ଘୋଷଣା । ସାଧାରଣ ମୃତ୍ୟୃୁ କ୍ଷେତ୍ରରେ ୨ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରାଯିବ । ସ୍ଥାୟୀ ଅକ୍ଷମତା କ୍ଷେତ୍ରରେ ଦେଢ଼ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରିବେ ସରକାର । BSKY, ମଧୁବାବୁ ପେନସନ ଯାେଜନାରେ ହେବେ ସାମିଲ ।