ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷଠାରେ ପ୍ରାକୃତିକ ବିପର୍ଯ୍ୟୟ ଜନିତ ଜିଲ୍ଲା ସ୍ତରୀୟ ବୈଠକ ଗଜପତି ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ  ଅତିରିକ୍ତ ଜିଲ୍ଲାପାଳ ବୀରେନ୍ଦ୍ର କୁମାର ଦାସ, ରାଜେନ୍ଦ୍ର ମିଞ୍ଜ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ରୋମାଞ୍ଚଳ ଖମାରୀ ଓ ଉପଜିଲ୍ଲାପାଳ ଆଲୋକ କୁମାର ପ୍ରଧାନ ଉପସ୍ଥିତ ଥିଲେ । ଏହି ବୈଠକକୁ ଜିଲ୍ଲା ଜରୁରକାଳୀନ ଅଧିକାରୀ ପ୍ରଭାସ ବେହୁରା ପରିଚାଳନା କରି ପ୍ରାକୃତିକ ବିପର୍ଯ୍ୟୟ ପ୍ରସ୍ତୁତି ସମ୍ପର୍କରେ ବିଭିନ୍ନ ବିଭାଗର ପ୍ରସ୍ତାବ ଉପସ୍ଥାପନା କରିଥିଲେ । ଜିଲ୍ଲାପାଳ ଶ୍ରୀ ପ୍ରଧାନ ଗଜପତି ଜିଲ୍ଲାରେ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ସମସ୍ତ ଲାଇନ୍ ବିଭାଗୀୟ ଅଧିକାରୀ ଗଣ କିବଳୀ ପ୍ରସ୍ତୁତ ହୋଇ ରହିଛନ୍ତି ଏବଂ ବିପର୍ଯ୍ୟୟ ସମୟରେ କଣ ସବୁ ଆବଶ୍ୟକ ପଡୁଛି ସେ ବିଷୟରେ ସମସ୍ତ ଲାଇନ୍ ବିଭାଗୀୟ ଅଧିକାରୀ ମାନଙ୍କ ସହିତ ଆଲୋଚନା କରିଥିଲେ । ସେହିପରି ପ୍ରତିବର୍ଷ ବନ୍ୟା, ବାତ୍ୟା ଓ ଭୂସ୍ଖଳନ ଭଳି ବିଭିନ୍ନ ପ୍ରାକୃତିକ ଦୁର୍ବିପାକ ଘଟିଥାଏ ଯାହାର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସର୍ବଦା ସତର୍କ ରହିବା ଆବଶ୍ୟକ ବୋଲି କହିବା ସହ ଜିଲ୍ଲା ପ୍ରଶାସନ ସର୍ବଦା ସରକାରଙ୍କ ନିର୍ଦ୍ଦେଶନାମାକୁ ପାଳନ କରି ପୂର୍ବ ପ୍ରସ୍ତୁତି ଓ ସଫଳତାର ସହ ମୁକାବିଲା କରିବାରେ ବହୁ ଦୃଷ୍ଟାନ୍ତ ରହିଛି ବୋଲି କହିବା ସହ ପ୍ରାକୃତିକ ବିପର୍ଯ୍ୟୟ ପାଇଁ ବିଭିନ୍ନ ବିଭାଗୀୟ ଅଧିକାରୀମାନେ କିପରି ପ୍ରସ୍ତୁତି କରିଛନ୍ତି ସେ ବିଷୟରେ ସବିଶେଷ  ବିବରଣୀ ଉପରେ ଆଲୋଚନା କରିଥିଲେ । ଜିଲ୍ଲାର ବିଭିନ୍ନ ବିଭାଗ ତଥା କ୍ଷୁଦ୍ର ଜଳସେଚନ ବିଭାଗ, ଜିଲ୍ଲା ଯୋଗାଣ ବିଭାଗ, ପୂର୍ତ୍ତ ବିଭାଗ,ସ୍ୱାସ୍ଥ୍ୟ ବିଭାଗ, ଗ୍ରାମ୍ୟ ପରିମଳ ଓ ଜଳଯୋଗାଣ ବିଭାଗ, ସ୍ୱାସ୍ଥ୍ୟ ବିଭାଗ, ବନ ବିଭାଗ,ପ୍ରାଣୀ ସମ୍ପଦ ବିଭାଗ , ଶିକ୍ଷା ବିଭାଗ, କୃଷି ବିଭାଗ, ଉଦ୍ୟାନ ବିଭାଗ ,ବିଦ୍ୟୁତ ଓ  ଟେଲିକମ୍ ବିଭାଗ ପ୍ରଭୃତି  ପ୍ରାକୃତିକ ବିପର୍ଯ୍ୟୟ ସମୟରେ କିପରି ନିଜ ନିଜର ଦାୟିତ୍ୱ ସମ୍ପର୍ଣ୍ଣ କରିବେ ସେ ବିଷୟରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଥିଲା । ମୁଖ୍ୟତଃ ଏନ୍‌ଡିଆର୍‌ଏଫ, ଓଡ୍ରାଫ ଓ  ଅଗ୍ନିଶମ ବିଭାଗର ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଗୁରୁଦାୟିତ୍ୱ ରହିଥିବାବେଳେ ସେମାନେ ଧନଜନକୁ ରକ୍ଷା କରିବାପାଇଁ ସର୍ବଦା ପ୍ରସ୍ତୁତ ହୋଇ ରହିବା ଆବଶ୍ୟକ ବୋଲି କୁହାଯାଇଥିଲା । ସେହିପରି ଆଞ୍ଚଳିକ ପରିବହନ ବିଭାଗ କିପରି ବିପର୍ଯ୍ୟୟ ସମୟରେ ବିଭିନ୍ନ ଯାତ୍ରୀବାହୀ ଓ ମାଲବଝୋଇ ଗାଡି ପ୍ରସ୍ତୁତି କରି ରଖିବେ ସେଥିପ୍ରତି ଦୃଷ୍ଟି ଆକର୍ଷଣ କରାଯାଇଥିଲା । ବିପର୍ଯ୍ୟୟ ସମୟରେ ବିଶେଷ କରି ପାନୀୟ ଜଳ, ବିଦ୍ୟୁତ ବିଭ୍ରାଟ କିପରି ନ ଘଟେ, ପୋଶୁ ମାନଙ୍କ ଜତ୍ନ ନେବା, ଜୀବନ ରକ୍ଷକ ଔଷଧ ମହଜୁଦ ରହିଥିବା, ଚୁଡ଼ା ,ଗୁଡ଼, କିରୋସିନ, ମହମବତୀ  ମହଜୁଦ ରଖିବା ଓ ବିପର୍ଯ୍ୟୟ ସମୟରେ ସ୍କୁଲ ଓ ଅଙ୍ଗୱାଡ଼ି କେନ୍ଦ୍ରରେ ଲୋକମାନଙ୍କୁ ଆଶ୍ରୟ ଦେବା ନିମନ୍ତେ ଆଲୋଚନା କରାଯାଇଛି । ସେହିପରି ଜିଲ୍ଲାର ସମସ୍ତ  ବ୍ଲକରେ  ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ କଣ କଣ ନିଷ୍ପତ୍ତି ନିଆଯାଇଛି ଏବଂ ବ୍ଲକ ସ୍ତରରେ ସମସ୍ତେ ପ୍ରସ୍ତୁତ ଅଛନ୍ତି କି ନାହିଁ ସେ ବିଷୟରେ ଆଲୋଚନା କରା ଯାଇଛି ।  ଏହି ବୈଠକରେ ଜିଲ୍ଲା ବିପର୍ଯ୍ୟୟ ପ୍ରବନ୍ଧନ ପରାମର୍ଶଦାତା ପ୍ରଦୋଷ କୁମାର ଶତପଥି, ଜିଲ୍ଳା ମୁଖ୍ୟଚିକିତ୍ସା ଅଧିକାରୀ ଡ଼ା.ପ୍ରଦୀପ କୁମାର ପାତ୍ର, ଜିଲ୍ଳା ଶିକ୍ଷା ଅଧିକାରୀ ପ୍ରଦୋଷ କୁମାର ନାୟକ ପ୍ରମୁଖଙ୍କ ସହ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର ସମେତ ଜିଲ୍ଲାର ସମସ୍ତ ଲାଇନ୍ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *

Sorry this site disable right click
Sorry this site disable selection
Sorry this site is not allow cut.
Sorry this site is not allow copy.
Sorry this site is not allow paste.
Sorry this site is not allow to inspect element.
Sorry this site is not allow to view source.